Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଅଗଷ୍ଟ ୭ରୁ ୯ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପ ସାଗର ଏବଂ ତତ୍‌ସଂଲଗ୍ନ ଓଡ଼ିଶା ଉପକୂଳରେ ଅଗଷ୍ଟ ୪ କିମ୍ବା ୫ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଅଗଷ୍ଟ ୭ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ଅଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି । ଅଗଷ୍ଟ ୭ ତାରିଖରୁ ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପରବର୍ତ୍ତୀ ସମୟରେ ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ଜାରି ରହିଥିବା ଶୁଖିଲା ପାଗ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ରହିବାର ସୂଚନା ଥିବା ବେଳେ ଏହାପରେ କିଛି କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଅଗଷ୍ଟ ୩ ତାରିଖରୁ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ସିଇସି ସୂଚନା ଦେଇଛି । ପ୍ରବଳ ବର୍ଷା ସମୟରେ କୃଷକମାନେ ଧାନ ରୋପଣ କରିପାରିବେ ବୋଲି ସିଇସି ବୁଲେଟିନ୍‌ରେ କୁହାଯାଇଛି ।

Show More

Related Articles

Back to top button