Breaking PLUSଦେଶମୁଖ୍ୟ ଖବର

କମିଲା ପେଟ୍ରୋଲ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ଟଙ୍କା ୧୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬.୭୨ ଟଙ୍କା ଓ ଡିଜେଲ ଦର ୮୯.୬୨ ଟଙ୍କା ହୋଇଛି।ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬.୩୧ ଟଙ୍କ ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୩.୦୬ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି। ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ। ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ। ସୂଚନା ମୁତାବକ ପ୍ରତ୍ୟେକ ଦିନ ସକାଳ ୬ଟା ରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ। ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ। ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ।

Show More

Related Articles

Back to top button