Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଏବେ ଛତିଶଗଡ଼ ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ଆଜି ବି ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼ ଓ ବଲାଙ୍ଗିର। ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ବର୍ଷା କମ୍ ରହିବ ବୋଲି ଶ୍ରୀ ଦାସ ସୂଚନା ଦେଇଛନ୍ତି। ଅବପାତ ପ୍ରଭାବରେ ଗତ ୨୪ ଘଣ୍ଟାରେ କଳାହାଣ୍ଡି ଜିଲ୍ଲାର ଥୁ.ରାମପୁରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଥୁ.ରାମପୁରରେ ସର୍ବାଧିକ ୩୬୮ ମିମି ବର୍ଷା ରେକର୍ଡ କରାଯାଇଛି। ୭ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଅର୍ଥାତ ୨୦୦ ମିମି.ରୁ ଅଧିକ ବର୍ଷା ହୋଇଛି। ସେହିପରି ୪୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୧୧୫ରୁ ୨୦୦ ମିମି ବର୍ଷା ହୋଇଛି। ଆଉ ୫୬ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Show More

Related Articles

Back to top button