Breaking PLUSଦେଶ ବିଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪,୦୪୪ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୫୪ ହଜାର ୪୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୬ ଲକ୍ଷ ୫୧ ହଜାର ୧୦୮କୁ ବୃଦ୍ଧି ପାଇଛି ।

କମୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୭୧୭ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୫ ହଜାର ୯୧୪କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁହାର ରହିଛି ୧.୫୧% ।

ଆକ୍ଟିଭ୍ କେସ୍ ଲଗାତାର ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ କରୋନା ସକ୍ରିୟ ମାମଲାରେ ୮ ହଜାର ୪୪୮ ହ୍ରାସ ହୋଇଛି । ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି ୭ ଲକ୍ଷ ୪୦ ହଜାର ୯୦ ଆକ୍ରାନ୍ତ ।

Show More

Related Articles

Back to top button