
ପାର୍ବଣରେ ଭିଜିବ ଓଡିଶା । ରାଜ୍ୟରେ ବର୍ତ୍ତମାନ ସକ୍ରିୟ ରହିଛି ମୌସୁମି । ଏହାରି ମଧ୍ୟରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତାକାଲି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବର ୨ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ହେବ । ବିଶେଷ କରି ସପ୍ତମୀ ଓ ଅଷ୍ଟମୀ ତିଥିରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ,ଯାଜପୁର , କେନ୍ଦ୍ରାଡା, କଟକ, ଜଗତସିଂହୁର,ପୁରୀ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ,ରାୟଗଡା ,ମାଲକାନଗିରି, କୋରାପୁଟ ଓ ନବରଙ୍ଗୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି , କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୨ ଅକ୍ଟୋବର ସପ୍ତମୀ ପଡୁଥିବା ବେଳେଏହି ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ଏହା ସପ୍ତମୀକୁ ଫିକା ପକାଇବ । ତେବେ ସମସ୍ତ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର, ମୟୁରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୩ ଅକ୍ଟୋବର ଅଷ୍ଟମୀ ରେ ପୁରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏତତ୍ ବ୍ୟତୀତ ୩ ତାରିଖରେ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।