
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ଆଗାମୀ ୩ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଲାଗି ରହିବ । ଆଜି ମଧ୍ୟ ଅନେକ ସ୍ଥାନରେ ପ୍ରବଳ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଦକ୍ଷିଣ ଓଡିଶାର ୪ଜିଲ୍ଲା ଗଞ୍ଜାମ, ଗଜପତି, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି।
ସେହିପରି ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ବର ଯାଜପୁର, କେନ୍ଦ୍ରାପଡା, କଟକ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମସ୍ତ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି।