
ଆସନ୍ତା ୧୩ରୁ ଯୁକ୍ତ୩ ଓ ୧୭ରୁ ଆରମ୍ଭ ହେବ ପ୍ରଥମ ବର୍ଷ ପାଠପଢା । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ।
ଶୁକ୍ରବାର ଦିନ ସମସ୍ତ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷ ଓ ସମସ୍ତ କଲେଜର ଅଧ୍ୟକ୍ଷମାନଙ୍କୁ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ଏଥିସହ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ବ୍ୟବସ୍ଥା କରିବାକୁ ଚିଠିରେ କୁହାଯାଇଛି ।