
ଆଜି ଦେଶରେ ୨ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୧୩୯ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ତଳକୁ ଖସିଛି । ସେହିପରି ମୃତ୍ୟୁ ସଂଖ୍ୟା ୧୩ ରେକର୍ଡ କରାଯାଇଚି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ୱେବସାଇଟ୍ ପକ୍ଷରୁ ସୂଚନା ମିଳିଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୧୩୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୩୫ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୦୯,୬୯,୫୭୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।