ଜୀବନଚର୍ଯ୍ୟାସ୍ୱାସ୍ଥ୍ୟ

ଭୋଜନ ଶେଷରେ ମିଠା କାହିଁକି ଖାଆନ୍ତି?

ଆସନ୍ତୁ ଜାଣିବା-

କଥାରେ ଅଛି ଖାଇବା ପରେ କିଛି ମିଠା ଖାଇବା କଥା | ତେବେ ଭୋଜନ ଶେଷରେ କାହିଁକି ମିଠା ଖାଇବା କଥା ଆସନ୍ତୁ ଜାଣିବା | ଧାର୍ମିକ ଶାସ୍ତ୍ର ଅନୁଯାୟୀ, ଘରେ , ବାହାରେ, କୌଣସି ଧରଣିକା ଅନୁଷ୍ଠାନରେ କିମ୍ବା କୌଣସି ଭୋଜିରେ, ସବୁଠି ଭୋଜନର ଆରମ୍ଭ ରାଗ କିମ୍ବା ଲୁଣିରୁ ହୋଇଥାଏ | ଭୋଜନର ଶେଷରେ ମିଠା ଖିଆଯାଇଥଏ | ବୈଜ୍ଞାନିକ କାରଣ ଅନୁସାରେ ରାଗ ଖାଇବା ଯୋଗୁଁ ଆମ ପେଟ ଭିତରେ ଥିବା ପାଚନ ତତ୍ୱ ଠିକ ଭାବରେ ସଂଚାଳନ ହୋଇଥାଏ | ଶେଷରେ ମିଠା ଖାଇବା ଯୋଗୁଁ ଅମ୍ଳର ତୀବ୍ରତା କମ ହୋଇଥାଏ |

ଯାହା ଫଳରେ ଆମକୁ ଏସିଡ଼ିଟି ବା ଜ୍ବଳନ ହୋଇନଥାଏ |ଭୋଜନ ପରେ ଆମକୁ ଶୋଷ ହୋଇଥାଏ | ଆମେ ପାଣି ପିଇବାକୁ ଇଛା କରିଥାଉ | ତେବେ ଖାଇବାର ତୁରନ୍ତ ପରେ ପାଣି ପିଇବା ଅନୁଚିତ | କାରଣ ଏହା ଆମର ପାଚନ ଶକ୍ତି ଉପରେ ଖରାପ ପ୍ରଭାବ ପକାଇଥାଏ | ତେଣୁ ଖାଇବା ପରେ କିଛି ମିଠା ଖାଇଲେ ଖାଦ୍ୟ ମଧ୍ୟ ଭଲ ଭାବେ ହଜମ ହୋଇଥାଏ |

Show More

Related Articles

Back to top button