
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୪ ଜଣ, ଖୋର୍ଦ୍ଧାରୁ ୬ ଜଣ, ବାଲେଶ୍ବର, ବଲାଙ୍ଗୀର,କଟକ ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ମୟୂରଭଞ୍ଜ,ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଗଞ୍ଜାମ,ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ , ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି।