
ପୁଣି ଦେଶରେ ବୃଦ୍ଧି ପାଇଲା ସଂକ୍ରମଣ । ଗତକାଲି ୧ହଜାର ଉପରେ ଥିବାବେଳେ ଆଜି ଆହୁରି ବୃଦ୍ଧି ପାଇ ୨୦୦୦ ଟପିଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୨,୨୦୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୦୮ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୪୯,୦୮୮ରେ ପହଞ୍ଚିଛି।
ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୯୯୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୦୦,୬୯୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୭% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୩୯୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।