ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ଛେଚିବ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି।
ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାିଛି ।
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ!!
ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା #ଲଘୁଚାପ | ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି | pic.twitter.com/b9j578sW51
— Meteorological Centre, Bhubaneswar (@mcbbsr) September 29, 2023
ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି |