ଥାନାବାବୁଙ୍କ ଘରୁ ଜବତ ହେଲା ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି। ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବା ବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା। ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ନଗଦ ୨ ଲକ୍ଷ ୭୦ ହଜାର ଟଙ୍କା ଧରି ବସରେ କଟକ ଯାଉଥିବା ବେଳେ ସୋମବାର ସନ୍ଧ୍ୟାରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନାବାବୁ ସୁଶାନ୍ତ କୁମାର ଶତପଥୀଙ୍କୁ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଧରିଥିଲେ।