Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 17 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 17 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1592 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ବି ଆଗରେ ରହିଛି । ଆଜି ଏଠାରେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ପଛରେ ଅଛି ସମ୍ବଲପୁର। ଏଠାରେ ଆଜି ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ, ଗଜପତି, ଭଦ୍ରକ, କେନ୍ଦ୍ରାପଡା,ଗଞ୍ଜାମ, ନୟାଗଡ, ରାୟଗଡ଼ାରେ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।

Show More

Related Articles

Back to top button