Breaking PLUSଓଡ଼ିଶାମୁଖ୍ୟ ଖବର

17ରୁ କଲବଲ କରିବ ଖରା, 6ରୁ8 ଡିଗ୍ରୀ ବଢିବ ପାରଦ

ଭୁବନେଶ୍ବର: ପୁଣି କଲବଲ କରିବ ତାତି। ରାଜ୍ୟକୁ ପୁଣି ଧିରେ ଧିରେ ଫେରୁଛି ଗରମ। ଆଜିଠାରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ଓ ରବିବାର ବୌଦ୍ଧ, ଅନୁଗୁଳ, ନୟାଗଡ, ଖୋର୍ଦ୍ଧା , କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆଦ୍ର ପାଣିପାଗ ରହିବ। ତାସହ ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ।

Show More

Related Articles

Back to top button