Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଆସିପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ଵର: ଆଜି ଆସିପାରେ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ ଲୋକସଭା କ୍ଷେତ୍ରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର ବେଳେ ଏହି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ତୋମାର କହିଛନ୍ତି ଆସନ୍ତା ୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନ ରେ ଦଳର ପ୍ରାର୍ଥୀ ଘୋଷଣା ସରିଯିବ ।
ଏହି କ୍ରମରେ ଆଜି ଦ୍ଵିତୀୟ ପର୍ଯ୍ୟାୟରେ ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । ବିଜେପି ଦୁଇଟି ପର୍ଯ୍ୟାୟରେ ରାଜ୍ୟର ସମସ୍ତ ୨୧ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୧୧୨ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ତେଣୁ ଆଉ ୩୫ ଆସନରେ ଦଳର ପ୍ରାର୍ଥୀ ଘୋଷଣା ବାକି ରହିଛି।

Show More

Related Articles

Back to top button