Breaking PLUSଓଡ଼ିଶାମୁଖ୍ୟ ଖବର

4ଦିନ ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର- ଚାରି ଦିନ ତାତିରୁ ନାହିଁ ନିସ୍ତାର । କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା ମୁସ୍କିଲ ହୋଇଗଲାଣି । ପଶ୍ଚିମ ଓ ଉତ୍ତର ପଶ୍ଚିମ ଶୁଷ୍କ ବାୟୁ ପ୍ରବାହ ଯୋଗୁଁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ ଦିନ ରାଜ୍ୟରେ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଚଳିତ ବର୍ଷ ଅନୁଗୋଳ ଓ ଭୁବନେଶ୍ୱର ବିଶ୍ୱର ୧୩ ଉତ୍ତପ୍ତ ସହର ମଧ୍ୟରେ ରହିଛି।

ଗତ ୨୪ ଘଣ୍ଟାରେ ଟ୍ବିନ ସିଟି କଟକ ଭୁବନେଶ୍ୱର ସମେତ ରାଜ୍ୟର ୩୩ ସହରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ୪୩ ଡିଗ୍ରୀ ଉପରେ ରହିଛି ୧୪ଟି ସହରର ତାପମାତ୍ରା । ଆଗାମୀ ୨ରୁ ୩ଦିନ ମଧ୍ୟରେ ତାପାମାତ୍ରାରେ ଆହୁରି ବୃଦ୍ଧି ଘଟିବା ନେଇ ମଧ୍ୟ ଆଶଙ୍କା ଦେଖାଦେଇଛି ।

Show More

Related Articles

Back to top button