Breaking PLUSଓଡ଼ିଶାମୁଖ୍ୟ ଖବର

ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ ମାମଲା, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

ଭୁବନେଶ୍ୱର- ସମ୍ବଲପୁରରେ ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ ମାମଲା। ନିଜ ଆଡୁ ଜନସ୍ଵାର୍ଥ ମାମଲା ଦାୟର କରିବା ସହ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି ହାଇକୋର୍ଟ। ସମ୍ବଲପୁର ନାକଟିଦେଉଳ ରେଞ୍ଜରେ ବିଦ୍ୟୁତ୍ ଆଘାତରେ ୩ ହାତୀଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୩ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବାବେଳେ ବିଦ୍ୟୁତ୍‌ ତାର ବିଛାଇଥିବା ୩ ଜଣଙ୍କୁ ଗିରଫ କରାଯାଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି। ସୋମବାର ସକାଳୁ ବୁରୋମାଳ ଜଙ୍ଗଲ ନିକଟସ୍ଥ ଚାଷଜମିରେ ୩ ହାତୀଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ବନ କର୍ମଚାରୀ ପହଞ୍ଚି ୩ ମୃତଦେହ ଜବତକରି ତଦନ୍ତ କରିଥିଲେ। ଘୋଷରାମାଳ ଅଞ୍ଚଳର କେତେକ ବ୍ୟକ୍ତି ବାର୍‌ହା ଶିକାର ପାଇଁ ବୁରୋମାଳ ଜଙ୍ଗଲ ଭିତରେ ଯାଇଥିବା ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରୁ ତାର ଟାଣି ତଳେ ବିଛାଇଥିଲେ। ଏହା ହାତୀ ଚଳପ୍ରଚଳ ଅଞ୍ଚଳ ହୋଇଥିବାରୁ ହାତୀପଲ ଏହିରାସ୍ତା ଦେଇ ଯାଉଥିବା ବେଳେ ଏହି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ଏକ ଛୁଆହାତୀ ସମେତ ୩ ମାଈ ହାତୀର ମୃତ୍ୟୁ ଘଟିଥିଲା।

Show More

Related Articles

Back to top button