Breaking PLUSଓଡ଼ିଶାମୁଖ୍ୟ ଖବର
ମହିଳାଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ହାତରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍ ଦେଇଛନ୍ତି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ମଞ୍ଚାସୀନ ଅଛନ୍ତି। କାର୍ଯ୍ୟକ୍ରମରେ ବିଳମ୍ବ ଘଟିଥିବା ହେତୁ କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ କ୍ଷମା ପ୍ରାର୍ଥନା କରିଥିଲେ।