Breaking PLUSଓଡ଼ିଶାମୁଖ୍ୟ ଖବର
୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ

ଭୁବନେଶ୍ୱର- ଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଗତ ୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ। କେବଳ ଏଇ ୭ ମାସ ମଧ୍ୟରେ ଗଲାଣି ୨୦୧ ଜୀବନ। ସେହିପରି ୨୦୨୩-୨୪ ରେ ୨୭୨ ଜଣ ପ୍ରାଣ ହରାଇଥିଲେ। ୨୦୨୨-୨୩ ରେ ମଧ୍ୟ ୩୦୬ ଜଣଙ୍କ ଜୀବନ ନେଇଥିଲା ବଜ୍ରପାତ।