Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା-ଛତିଶଗଡ ସୀମାନ୍ତରେ ମାଓ ବିରୋଧୀ ଅଭିଯାନ ଆରମ୍ଭ

ଭୁବନେଶ୍ୱର- ଓଡ଼ିଶାର ନୂଆପଡ଼ା ଜିଲ୍ଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ସୀମାନ୍ତ ଅଞ୍ଚଳରେ  ଓଡିଶା ଓ ଛତିଶଗଡ଼ ପୋଲିସ  ଏବଂ ସିଆପିଏଫ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି।

ଉଲ୍ଲେଖଯୋଗ୍ୟ ଯେ, ଗତ 19 ତାରିଖ ରାତିରୁ ଓଡିଶାର ନୂଆପଡ଼ା ଜିଲ୍ଲା ସୀମାଠାରୁ ମାତ୍ର 5  କିଲୋମିଟର ଦୂର ଛତିଶଗଡ଼ର କୁଲାରୀଘାଟ ସଂରକ୍ଷିତ ଜଙ୍ଗଲରେ ବହୁ ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଗୁଇନ୍ଦା ସୂଚନା ମିଳିଥିଲା। ସେହି ଅନୁଯାୟୀ, ଉଭୟ ରାଜ୍ୟର ସୁରକ୍ଷା ବାହିନୀଙ୍କ ସହ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମିଶି ଏହି ସମ୍ମିଳିତ ଅଭିଯାନ ଆରମ୍ଭ କରିଛନ୍ତି।

Show More

Related Articles

Back to top button