Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ରାଜ୍ୟର 12ଟି ସ୍ଥାନରେ ମକ୍ ଡ୍ରିଲ୍

ଭୁବନେଶ୍ୱର: ଓଡ଼ିଶାର ୧୨ଟି ସ୍ଥାନରେ ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ହେବ। ରାଜ୍ୟର ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ, ରାଉରକେଲା, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ତାଳଚେରରେ ଏହା ହେବ।
ତାଳଚେରରେ କାଟେଗୋରି ୱାନ୍ ସ୍ଥାନ ଭାବେ ଚି଼ହ୍ନଟ ହୋଇଥିବାବେଳେ, କାଟେଗୋରି ଟୁ ରେ ବାଲେଶ୍ୱର, କୋରାପୁଟ, ଭୁବନେଶ୍ୱର, ଗୋପାଳପୁର, ହୀରାକୁଦ, ପାରାଦୀପ ଏବଂ ରାଉରକେଲା ଏବଂ କାଟେଗୋରି ଥ୍ରି ରେ ଭଦ୍ରକ, ଢେଙ୍କାନାଳ, ଜଗତସିଂପୁର ଓ କେନ୍ଦ୍ରାପଡ଼ା ରହିଛି। ସିଭିଲ ଡିଫେନ୍ସ ମକ୍ ଡ୍ରିଲ୍ ସପ୍ତାହେ ଯାଏ ଚାଲିବ। ଏଥିରେ ଏନସିସି, ସ୍ବେଚ୍ଛାସେବୀ ସଂଗଠନ, ଆପଦାମିତ୍ରଙ୍କୁ ବି ସାମିଲ କରାଯିବ ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।