ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା ରାତିର କଥାବାର୍ତ୍ତା ପରେ ଆମେରିକାର ମଧ୍ୟସ୍ଥତା ପରେ ଭାରତ ଓ ପାକିସ୍ତାନ ସଂପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି । ସାଧାରଣ ଜ୍ଞାନକୁ ପ୍ରୟୋଗ କରିଥିବାରୁ ଉଭୟ ଦେଶକୁ ଅଭିନନ୍ଦନ । ଧନ୍ୟବାଦ ।“