Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ କୃଷ୍ଣ ଶ୍ରୀପାଦ ଦୀକ୍ଷିତ

ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତଙ୍କ ସହ ମୋଟ ୭ ଜଣ ବିଚାରପତିଙ୍କୁ ବିଭିନ୍ନ ହାଇକୋର୍ଟକୁ ବଦଳି ପାଇଁ ସୁପାରିସ୍‌ କରାଯାଇଥିଲା। ଏହି ସୁପାରିସକୁ କେନ୍ଦ୍ର ସରକାର ଗତ ୨ ତାରିଖରେ ଅନୁମୋଦନ କରିଥିଲେ। ଜଷ୍ଟିସ୍‌ ଦୀକ୍ଷିତ ୨୦୧୮ ମସିହା ଫେବୃଆରୀ ୧୪ରେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ୨୦୨୦ ଜାନୁଆରୀ ୭ରେ ସେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରିଆସୁଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button