Breaking PLUSଓଡ଼ିଶାମୁଖ୍ୟ ଖବର

27ରୁ ରାଜ୍ୟରେ ପ୍ରବଳ ବର୍ଷିବ

ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ହେବାର ଅଧିକ ସମ୍ଭାବନା ରହିଛି । ଏହାସହିତ ଆସନ୍ତା ୬ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ । ଆଗାମୀ କିଛି ଘଣ୍ଟାରେ ୨୬ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ବର୍ଷା ମୌସୁମୀ ବାୟୁ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ଅନୁମାନ କରାଯାଉଛି । ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button