Breaking PLUSଓଡ଼ିଶାମୁଖ୍ୟ ଖବର

କୋଟି କୋଟି ଟଙ୍କାର ଠକେଇ କରିଥିବା ସାଇବର ଠକ ଗିରଫ

ଅନଲାଇନ ପୁଞ୍ଜିନିବେଶ ନାଁରେ କୋଟିପତି ହେବାର ଲୋଭ ଦେଖାଇ ଜଣେ ବ୍ୟକ୍ତିଙ୍କ ଠାରୁ ୧.୫୫ କୋଟି ଟଙ୍କା ଠକି ନେଇଥିବା ୦୨ ଜଣ ସାଇବର ଠକକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି, ତୟବ ଖାନ ଏବଂ ଫିରୋଜ ଖାନ। ଉଭୟଙ୍କୁ ମଧ୍ୟପ୍ରଦେଶରୁ ଗିରଫ କରାଯାଇଛି।
ସୂଚନା ଅନୁଯାୟୀ ୨୦୨୫ ମସିହା ଜାନୁୟାରୀ ଏକ ତାରିଖରେ ଭୁବନେଶ୍ବରରେ ରହୁଥିବା ଜଣେ ବ୍ୟକ୍ତି ସାଇବର ଥାନାରେ ରିପୋର୍ଟ କରିଥିଲେ।  ଅନଲାଇନରେ ପୁଞ୍ଜିନିବେଶ କରି ସେ ଠକାମିର ଶିକାର ହୋଇଥିଲେ। ଅଭିଯୁକ୍ତମାନେ ପ୍ରଥମେ ତାଙ୍କୁ ଅଧିକ ଟଙ୍କା ଫେରସ୍ତ କରିବାର ଲୋଭ  ଦେଖାଇ ପୁଞ୍ଜିନିବେଶ କରିବାକୁ ପ୍ରୋତ୍ସାହିତ କରିଥିଲେ। ଯାହା ଫଳରେ ଅଭିଯୋଗକାରୀ ଜଣକ ୧ କୋଟି ୫୦ ଲକ୍ଷ ୫୦ ହଜାର ଟଙ୍କା ସ୍ଥାନାନ୍ତର କରିଥିଲେ। ପ୍ରାରମ୍ଭିକ ପର୍ଯ୍ୟାୟରେ କ୍ଷତି ହେବା ସତ୍ତ୍ୱେ  ସାଇବର ଠକ ମାନଙ୍କ ପ୍ରରୋଚନାରେ ଅଧିକ ଟଙ୍କା ନିବେଶ କରିବାକୁ ଚାପ ପକାଉଥିଲେ।  କିନ୍ତୁ ଟଙ୍କା  ଉଠାଇବାକୁ ଚେଷ୍ଟା କରିବା ସମୟରେ ସେମାନେ ଅଧିକ ଟଙ୍କା ନିବେଶ କରିବାକୁ ଦାବି କରୁଥିଲେ। ଦିନ ପରେ ଦିନ ଗଡ଼ିବା ସତ୍ତ୍ୱେ ତାଙ୍କ   ଆକାଉଣ୍ଟରୁ ଟଙ୍କା ଫେରି ନଥିଲା। ପରେ ସେ ଏହା ସାଇବର ଠକଙ୍କ କାମ ବୋଲି  ଜାଣିପାରିଥିଲେ। ଏ ସଙ୍କ୍ରାନ୍ତରେ ସେ ସାଇବର ଥାନାରେ ଅଭିଯୋଗ କରିଥିଲେ। ମାମଲାର ତଦନ୍ତ କରି କ୍ରାଇମବ୍ରାଞ୍ଚ ମଧ୍ୟପ୍ରଦେଶର ତୟବ ଖାନ (୨୩)  ଏବଂ ଫିରୋଜ ଖାନ (୩୬) ଙ୍କୁ ଗିରଫ କରିଛି।
Show More

Related Articles

Back to top button