Breaking PLUSଓଡ଼ିଶାଦେଶମୁଖ୍ୟ ଖବର

କୋଭିଡ ସ୍ଥିତି ନେଇ କାଲି କେନ୍ଦ୍ର ସ୍ୱାସ୍ଥ୍ୟସଚିବଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର- ଦେଶରେ କୋଭିଡ ସ୍ଥିତିକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭିଡିଓ କନଫରେନ୍ସିଂରେ ସବୁ ରାଜ୍ୟ ଅଧିକାରୀ ହେବେ ସାମିଲ । ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ଦେଶରେ ବ୍ୟାପୁଥିବା ଦୁଇଟି ଭ୍ୟାରିଏଣ୍ଟରେ କେବଳ ଥଣ୍ଡା କାଶ ଲକ୍ଷଣ ଦେଖାଯାଉଛି । ରାଜ୍ୟରେ ଚି଼ହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଛି । ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦେଶକ । ଭୟଭୀତ ନ ହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦେଶକ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button