Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର

ଓଡ଼ିଆ ପୁଅ ସୁବ୍ରତ ସାହୁଙ୍କୁ ମିଳିଲା ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଦାୟିତ୍ୱ

୧୯୯୨ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଶ୍ରୀ ସାହୁଙ୍କୁ ନିଯୁକ୍ତ କରାଯାଇଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଶ୍ରୀ ସାହୁ ଏବେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ କାର୍ଯ୍ୟାଳୟର ଦାୟିତ୍ୱ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୃହ ଓ ଜେଲ୍‌ ପ୍ରଶାସନ, ଶକ୍ତି, ଇଲେକ୍ଟ୍ରୋନିକ୍ସ, ଆଇଟି, ବାଣିଜ୍ୟ ଏବଂ ଶିଳ୍ପ ଆଦି ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଉଛନ୍ତି । ଏହା ପୂର୍ବରୁ ସେ ଛତିଶଗଡ଼ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ଦକ୍ଷତା ଓ ସ୍ୱଚ୍ଛତାର ସହ ନିର୍ବାଚନ ପରିଚାଳନା କରି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପୁରସ୍କୃତ ହୋଇଛନ୍ତି ।

ନିଜର ଅନନ୍ୟ ପାରଦର୍ଶିତା ଓ ଉଚ୍ଚକୋଟୀର କାର୍ଯ୍ୟକୁଶଳତା ପାଇଁ ଶ୍ରୀ ସାହୁ ପ୍ରାଶାସନିକ ମହଲରେ ବେଶ ସୁନାମ ଅର୍ଜନ କରିଛନ୍ତି । ସେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁଙ୍କ ସୁପୁତ୍ର ଅଟନ୍ତି ।

Show More

Related Articles

Back to top button