Breaking PLUSଜୀବନଚର୍ଯ୍ୟାଦୁର୍ଘଟଣାମୁଖ୍ୟ ଖବରସ୍ୱାସ୍ଥ୍ୟ

ବାଲେଶ୍ୱର ସାର୍ଥା ଗାଁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ

ଜଳେଶ୍ୱର: ସ୍ୱାସ୍ଥ୍ୟକେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବାଲେଶ୍ୱର ସିଂଲା ଥାନା ସାର୍ଥା ଗାଁରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ସ୍ୱାସ୍ଥ୍ୟକେନ୍ଦ୍ର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଖବର ଦେଇଥିଲେ । ସେମାନେ ପହଞ୍ଚିି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆୟତ୍ତ କରିପାରି ନଥିଲେ । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

Show More

Related Articles

Back to top button