Breaking PLUSଓଡ଼ିଶାମୁଖ୍ୟ ଖବର

ଆଦିତ୍ୟ କୁମାର ମହାପାତ୍ର ହେଲେ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି

ଆଦିତ୍ୟ କୁମାର ମହାପାତ୍ର ହେଲେ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି । ଏନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ କରିବା ପରେ ଏନେଇ ବିଜ୍ଞପ୍ତି ପ୍ରକାଶିତ ହୋଇଛି । ଆଦିତ୍ୟ ମହାପାତ୍ର ଓଡ଼ିଶା ହାଇକୋର୍ଟରେ ଦୀର୍ଘଦିନ ଧରି ଆଇନଜୀବୀଭାବେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ । ନିକଟରେ ଜଷ୍ଟିସ ମୃଗାଙ୍ଗ ଶେଖର ସାହୁ, ଜଷ୍ଟିସ୍ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ହାଇକୋର୍ଟ ଜଜଭାବେ ଶପଥ ଗ୍ରହଣ କରିଥିଲେ ।

Show More

Related Articles

Back to top button