Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ପୁଣି ଉପରମୁହାଁ ପାରଦ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଯାଇଥିଲା। ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ପହଞ୍ଚିଥିଲା। ଆଜି(ଶନିବାର) ଓ ରବିବାର ମଧ୍ୟ ସମାନ ସ୍ଥିତି ଳାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡିଶାରେ କୋହଲା ପାଗ ରହିବ। ୨୬ ତାରିଖଠାରୁ ପୁଣି ତାତି ଉପରମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Show More

Related Articles

Back to top button