Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ପୁଣି ଫେରିବ ଗ୍ରୀଷ୍ମ ପ୍ରବାହ

ଦିନ ତାପମାତ୍ରା ୩ ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବା ସମ୍ଭାବନା

ଫେରିବ ଗ୍ରୀଷ୍ମ ପ୍ରବାହ । ୩ ଦିନ ପରେ ରାଜ୍ୟରେ ଦିନ ତାପମାତ୍ରା ୩ ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ସହ ପୁଣି ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୨ ତାରିଖରେ ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଜିଲ୍ଲାରେ ହିଟ୍ ୱେଭ ସ୍ଥିତି ଉପୁଜିପାରେ ବୋଲି ପାଣିପାଗ ବିଭାଗ କହିଛି । ଗତ ୨୪ ଘଣ୍ଟାରେ ୧୪ ଟି ସ୍ଥାନକୁ ଉତ୍ତପ୍ତ ସ୍ଥାନ ଭାବେ ରେକର୍ଡ ହୋଇଛି ।

ବଲାଙ୍ଗିର, ସୁନ୍ଦରଗଡ, ବୌଦ୍ଧ, ସୋନପୁର, ଟିଟିଲାଗଡ, ଝାରସୁଗୁଡା, ବରଗଡ, ନୂଆପଡା, ସମ୍ବଲପୁର, ଭବାନୀପାଟଣା, ମାଲକାନଗିରି, ଦେଓଗଡ, ଆନୁଗୁଳ, ତାଳଚେର ଜିଲ୍ଲାରେ ୪୦ ଡିଗ୍ରୀରୁ ଉର୍ଦ୍ଧ୍ୱ ରେକର୍ଡ ହୋଇଛି । ସେପଟେ ଆସନ୍ତା ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, ରାୟଗଡ଼ା, କୋରାପୁଟ, କନ୍ଧମାଳ, କେଉଁଝର ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡଘଡି ଜନିତ ବର୍ଷା ପାଇଁ ମଧ୍ୟ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ ଓ ବାଲେଶ୍ଵର ।

Show More

Related Articles

Back to top button