ଦେଶ ବିଦେଶମୁଖ୍ୟ ଖବର

ଆଉ ୭ ଦିନ ବଢିଲା ଲକଡାଉନ୍

ବଡ ଘୋଷଣା କଲେ ସରକାର

ଆଉ ସପ୍ତାହେ ବଢିଲା ଲକଡାଉନ୍ । କରୋନା ସଂକ୍ରମଣକୁ ନଜରରେ ରଖି ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଲକଡାଉନ୍ ଅବଦ୍ଧି ବୃଦ୍ଧି ନେଇ ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ମେ ୧୦ରେ ଦିଲ୍ଲୀରେ ଲକଡାଉନ୍ ଶେଷହୋଇଥାନ୍ତା । କିନ୍ତୁ ଏହାକୁ ମେ ୧୭ ସକାଳ ଯାଏଁ ବୃଦ୍ଧି କରାଯାଇଛି । ଚଳିତ ଥର ଲକଡାଉନ ଅଧିକ କଡାକଡି ହେବ । ସଂକ୍ରମଣ ରୋକିବାକୁ ଏପରି ପଦକ୍ଷେପ ନେବାକୁ ହେବ । ଦିଲ୍ଲୀରେ ସୋମବାରଠୁ ମେଟ୍ରୋ ସେବା ବନ୍ଦ ରହିଛି ।

ଏହା ପୂର୍ବରୁ ଲାଗିଥିବା ଲକ୍‌ଡାଉନ୍‌ ଅବଧି ୩ ମେ’ ସକାଳ ୫ ପର୍ଯ୍ୟନ୍ତ ଥିଲା। ପରେ ଏହାକୁ ମେ ୧୦ ଯାଏଁ କରାଯାଇଥିଲା । ଯାହାକି ଏବେ ୧୭ ମେ’ ସକାଳ ୫ ଯାଏ ଘୁଞ୍ଚାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏନେଇ ଟ୍ବିଟ୍‌ରରେ ସୂଚନା ଦେଇଛନ୍ତି।ଏହି ସମୟରେ ପୂର୍ବ ଭଳି କଟକଣା ବଳବତ୍ତର ରହିବ । ଏହା ପୂର୍ବରୁ ବ୍ୟବସାୟୀ ସଂଗଠନ ୩ ମେ’ ପରେ ଦୋକାନ ଖୋଲିବ ନାହିଁ ବୋଲି ଘୋଷଣା କରିଥିଲା । ସେମାନଙ୍କ ପକ୍ଷରୁ ସ୍ବଇଚ୍ଛାରେ ଲକ୍‌ଡାଉନ୍‌ ଲଗାଇଦିଆଯିବ। ଦିଲ୍ଲୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ଏକ ବୈଠକରେ ୧୫୦ରୁ ଅଧିକ ବ୍ୟବସାୟ ସଂଗଠନ ନେତା ଏନେଇ ନିଷ୍ପତ୍ତି ନେଇଥିଲେ । ରାଜ୍ୟ ସରକାର ଆଉ ଗୋଟିଏ ସପ୍ତାହ ଲକ୍‌ଡାଉନ୍‌ ଘୁଞ୍ଚାଇଥିବା ବେଳେ ଏହାକୁ ଆଗକୁ ବଢ଼ାଯିବ କି ନାହିଁ ସେନେଇ ଜଣାପଡ଼ିପାହିଁ।

Show More

Related Articles

Back to top button