ଓଡ଼ିଶାବାଣିଜ୍ୟ

ପୁଣି ବଢିଲା ବସ୍‌ ଭଡ଼ା

ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି

ରାଜ୍ୟରେ ପୁଣି ବଢିଲା ବସ୍‌ ଭଡ଼ା । ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି କରାଯାଇଛି । ଏ ନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ବୁଧବାର ସୂଚନା ପ୍ରଦାନ କରାଯାଇଛି। ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି । ଖାସ୍‌ କରି ଗତ କିଛି ଦିନ ହେଲା ଯେପରି ଡିଜେଲ୍‌ ଦର ବୃଦ୍ଧି ପାଇବାରେ ଲାଗିଥିଲା ବସ୍ ଭଡା ବୃଦ୍ଧି ହେବ ବୋଲି ଆଶଙ୍କା କରାଯାଉଥିଲା। ବସ୍ ଭଡା ଦର ବୃଦ୍ଧି ଏବେ ସାଧାରଣଲୋକଙ୍କ ଉପରେ ପଡିବାକୁ ଯାଉଛି।ବର୍ଦ୍ଧିତ ଭଡା ଅନୁଯାୟୀ , ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା ଏକ ପଇସା ଲେଖାଏଁ ବଢିଛି । ସାଧାରଣ ବସ୍ ଭଡା ୭୩ ପଇସାରୁ ୭୪କୁ ବୃଦ୍ଧି କରାଯାଇଛି ।

ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୭୬ ପଇସାରୁ ୭୭ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଛି। ଡିଲକ୍ସ ବସ୍ ଭଡା ୧ ଟଙ୍କା ୭ ପଇସାରୁ ୧ ଟଙ୍କା ୯ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ ଭଡା ୧ ଟଙ୍କା ୨୯ ପଇସାରୁ ୧ ଟଙ୍କା ୩୧ ପଇସା ବୃଦ୍ଧି କରାଯାଇଛି । ଉଲ୍ଲେଖଯୋଗ୍ୟ, ଏହା ପୂର୍ବରୁ ଡିସେମ୍ବର ୭ରେ ବସ୍ ଭଡା ବୃଦ୍ଧି କରାଯାଇଥିଲା। ସେହି ସମୟରେ ସାଧାରଣ ବସ୍ ଓ ଏକ୍ସପ୍ରେସ୍ ବସ ଭଡା ଏକ ପଇସା ଲେଖାଏଁ ବୃଦ୍ଧି କରାଯାଇଥିଲା। ସେହି ପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା ଦୁଇ ପଇସା ଲେଖାଏଁ ବୃଦ୍ଧି କରାଯାଇଥିଲା।

Tags
Show More

Related Articles

Back to top button
Close