ଓଡ଼ିଶାମୁଖ୍ୟ ଖବରରାଜନୀତି

୨ ଦିନ ପାଇଁ ବନ୍ଦ୍ ରହିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ

ରାତି ପାହିଲେ ପୌର ନିର୍ବାଚନ

ରାତି ପାହିଲେ ପୌର ନିର୍ବାଚନ । ସେଥିପାଇଁ ଚଳଚଞ୍ଚଳ ହୋଇ ପଡିଛି ଖୋର୍ଦ୍ଧା ଜିଲ୍ଲା ।  ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ଆଜି ଓ ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ଆସନ୍ତାକାଲି ପୌର ନିର୍ବାଚନ ଲାଗି ମତଦାନ ହେବାକୁ ଥିବାରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁଯାୟୀ ଆଜି ଅପରାହ୍ନ ସୁଦ୍ଧା ସବୁ ପୋଲିଂ ଷ୍ଟାଫ୍ ନିଜ ନିଜ ବୁଥରେ ପହଞ୍ଚିଯିବେ । ମୋଟ୍ ୨୨ ହଜାର ପୋଲିଂ କର୍ମଚାରୀ ଭୋଟ୍ ଗ୍ରହଣ ଲାଗି ମୁତୟନ ରହିବେ ।

ଆସନ୍ତା କାଲି ସକାଳ ୮ଟାରୁ ସଂଧ୍ୟା ୫ଟା ଯାଏ ମତଦାନ ଜାରି ରହିବ । କଡ଼ାକଡି ସୁରକ୍ଷା ବଳୟ ମଧ୍ୟରେ ଏଥର ଭୋଟ୍ ହେବ । ୧୦୬ ପୌରପାଳିକା, ଏନଏସି ଓ ୩ ମହାନଗର ନିଗମରେ ମୋଟ୍ ୪୦ ଲକ୍ଷ ୫୫ ହଜାର ଭୋଟର ମତଦାନ କରିବେ। ଭୁବନେଶ୍ୱରର ୬୭ଟି ୱାର୍ଡ ପାଇଁ ୭୦୫ଟି ବୁଥ୍ ହୋଇଛି। ନିର୍ବାଚନ ଶୃଙ୍ଖଳାର ସହ ପରିଚାଳନା ପାଇଁ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ପାଇଁ ୩୦ ପ୍ଲାଟୁନ ଫୋର୍ସ, କଟକ ମ୍ୟୁନିସିପାଲ କର୍ପୋରେସନ ପାଇଁ ପାଇଁ ୨୦ ପ୍ଲାଟୁନ ଫୋର୍ସ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ଏହାବାଦ ୩୦୦ ମୋବାଇଲ ପାର୍ଟି ରହିବେ। ସେଥିମଧ୍ୟରୁ ୧୦୯ ମୋବାଇଲ ପାର୍ଟି ଏହି ୩ଟି କର୍ପୋରେସନ ପାଇଁ ନିୟୋଜିତ ହେବେ। ପ୍ରତି ବୁଥ୍‌ରେ ଜଣେ ଲେଖାଏ ହାବିଲଦାର, ନ ହେଲେ କନଷ୍ଟେବଳ ନ ହେଲେ ସଶସ୍ତ୍ର ପୁଲିସ୍‌ ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ।

Show More

Related Articles

Back to top button