Breaking PLUSଦେଶମୁଖ୍ୟ ଖବରସ୍ୱତନ୍ତ୍ର

ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ସମସ୍ତ ରାଜନୈତିକ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ନିମନ୍ତ୍ରଣ କରିବା ପାଇଁ ପ୍ରସ୍ତୁତି

ସମସ୍ତ ରାଜ୍ୟର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ କରାଯିବ ନିମନ୍ତ୍ରଣ

ଅଯୋଧ୍ୟା- ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ଜନ୍ମଭୂମି ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସମସ୍ତ ରାଜ୍ୟର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯିବ । ଏହାସହିତ କଂଗ୍ରେସ, ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି ସହିତ ଦେଶର ସମସ୍ତ ରାଜନୈତିକ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ ।
ଅଧିକାରୀଙ୍କ ସୂଚନା ମୁତାବକ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣ ଦେବା ପାଇଁ ଟ୍ରଷ୍ଟର ପଦାଧିକାରୀ ଦିନେ ଦୁଇଦିନ ମଧ୍ୟରେ ଲକ୍ଷ୍ନୌ ଯିବେ ।ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣ ଦେଶର ସମସ୍ତ ରାଜନୈତିକ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ମଧ୍ୟ ପଠାଯିବ ।

Show More

Related Articles

Back to top button