Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଏହି ସବୁ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର- ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ୪୩.୬ ଡିଗ୍ରୀ, ଝାରସୁଗୁଡା ୪୨.୬ ଡିଗ୍ରୀ,ବାଲେଶ୍ୱର ୪୨.୨ ଡିଗ୍ରୀ,ସମ୍ବଲପୁର: ୪୧.୭ ଡିଗ୍ରୀ, ହୀରାକୁଦ ୪୧.୪, ଚାନ୍ଦବାଲି ୪୧.୨ ଡିଗ୍ରୀ, କେନ୍ଦୁଝର ୪୦.୯ ଡିଗ୍ରୀ , ରାଉରକେଲା: ୪୦.୨ଡିଗ୍ରୀ , ପାରାଦ୍ୱୀପ ୩୬.୩ ଡିଗ୍ରୀ, ପୁରୀ : ୩୫ ଡିଗ୍ରୀ ଏବଂ ଗୋପାଳପୁର ୩୪.୮ ଡିଗ୍ରୀ ରେକର୍ଡ ହୋଇଛି।

ଭୀଷଣ ଉତ୍ତାପକୁ ନଜରରେ ରଖି ଆସନ୍ତା ଦୁଇଦିନ ରାଜ୍ୟର କେତେକ ଅଞ୍ଚଳରେ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ମୟୂରଭଞ୍ଜ, ନୟାଗଡ, ଗଜପତି ଓ ନୂଆପଡା ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌‌ସିଂହପୁର, କଟକ, ଯାଜପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, ଝାରସୁଗୁଡା, ବରଗଡ, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button