Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ

ଆସନ୍ତା ୬ ତାରିଖରେ ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ । ଏନେଇ ସମସ୍ତ ରାଜନୈତିକ ଦଳ ଗୁଡ଼ିକୁ ଚିଠି ମାଧ୍ୟମରେ ଜଣାଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ । ବର୍ତ୍ତମାନ ଜିଲ୍ଲା ପରିଷଦ ଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ଶେଷ ହେବ । ନିୟମାନୁସାରେ ୫ ବର୍ଷର କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସାଧାରଣ ନିର୍ବାଚନ ହେବା ଆବଶ୍ୟକ ।

ସଠିକ୍ ଓ ତ୍ରୁଟିଶୂନ୍ୟ ଭୋଟର୍ ତାଲିକା ପ୍ରସ୍ତୁତି ନିମନ୍ତେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ରାଜନୈତିକ ଦଳମାନଙ୍କର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି । ସର୍ବଦଳୀୟ ବୈଠକରେ ରାଜନୈତିକ ଦଳମାନଙ୍କର ସଭାପତି/ସମ୍ପାଦକ କିମ୍ବା ଦଳ ତରଫରୁ ପ୍ରାଧିକୃତ ପ୍ରତିନିଧିମାନେ ଯୋଗ ଦେଇପାରିବେ । କରୋନା କଟକଣା କାରଣରୁ ପ୍ରତ୍ୟେକ ରାଜନୈତିକ ଦଳର ଜଣେ କିମ୍ବା ୨ ଜଣ ପ୍ରତିନିଧି ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି ନିର୍ବାଚନ ଆୟୋଗ ।

Show More

Related Articles

Back to top button