ଓଡ଼ିଶାମୁଖ୍ୟ ଖବରରାଜନୀତି

ଧାମନଗର ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା

ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଆସନ୍ତା ୧୪ ତାରିଖରେ ଶେଷ ହେବାକୁ ଯାଉଛି ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ । ଏଥିପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିସାରିଛି । ତିହିଡି ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଅବନ୍ତୀ ଦାସ ହୋଇଛନ୍ତି ବିଜୁ ଜନତା ଦଳର ଧାମନଗର ପ୍ରାର୍ଥୀ। ଅବନ୍ତୀ ଦାସଙ୍କ ନାମକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୋହର ମାରିଛନ୍ତି। ତାଙ୍କର ମିଶନ ଶକ୍ତି ଏସଏଚଜିରେ ତାଙ୍କର ଦୀର୍ଘ ଅଭିଜ୍ଞତା ରହିଛି।

ଏହି ଆସନ ପାଇଁ କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ଆଜି ପ୍ରାର୍ଥୀ ଭାବେ ଘୋଷଣା କରିଛି। ସେହିପରି ବିଜେପି ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ କରିଛି। ଯିଏକି ନାମାଙ୍କନ ପତ୍ର ଦାଖଲ କରିସାରିଛନ୍ତି।

ଅନ୍ୟପଟେ ଏକ ଦଶନ୍ଧିରୁ ଊର୍ଦ୍ଧ୍ବକାଳ ଧରି ରାଜ୍ୟରେ ଉପନିର୍ବାଚନରେ ଅପରାଜାୟ ଥିବା ବିଜେଡି ବିଜୟ ଧାରା ଅବ୍ୟାହତ ରଖିବା ଓ ବିଜେପି ହାତରୁ ଧାମନଗର ଆସନ ଛଡ଼ାଇ ନେବା ପାଇଁ ସମ୍ପୁର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ବିଜେଡ଼ି ଧାମନଗର ଉପନିର୍ବାଚନା ପାଇଁ ସ୍ୱତନ୍ତ୍ର ପ୍ଲାନ୍ କରିଛି । ତିହିଡ଼ି ଓ ଧାମନଗର ବ୍ଲକ ପାଇଁ ନେତାମାନଙ୍କୁ ଦେଇଛି ବିଜେଡ଼ି । ତିହିଡ଼ି ବ୍ଲକ ପାଇଁ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ଜ୍ୟୋତି ପାଣିଗ୍ରାହୀ ଓ ପର୍ଶୁରାମ ଧଡ଼ାଙ୍କୁ ବିଜେଡି ଦାୟିତ୍ୱ ଦେଇଛି । ସେହିପରି ଧାମନଗର ବ୍ଲକ ପାଇଁ ମନ୍ତ୍ରୀ ପ୍ରୀତି ରଞ୍ଜନ ଘେଡ଼େଇ, ସାଂସଦ ମଞ୍ଜୁଲତା ମଣ୍ଡଳ, ଅଶୋକ ବଳ, ପ୍ରଫୁଲ୍ଲ ସାମଲ, ଅମର ଶତପଥୀ, ସୁନନ୍ଦା ଦାସଙ୍କୁ ଦାୟିତ୍ୱ ଦିଆଯାଇଛି ।

Show More

Related Articles

Back to top button