Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ବଙ୍ଗୋପସାଗରରେ ପୁଣି ଏକ  ଘୂର୍ଣ୍ଣିବଳୟ

୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ପୁଣି ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି  । ଉତ୍ତରପୂର୍ବ ତଥା ଏହାର ପାଶ୍ୱବର୍ତ୍ତୀ ପୂର୍ବ-ମଧ୍ୟ ବଙ୍ଗୋପସାଗର ଅଂଚଳରେ ଏହା ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ ଘଂଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ ହେବା ସମ୍ଭାବନା ରହିଛି । ଏନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ବିଜୁଳି ଓ ଘଡଘଡି ସହ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅକ୍ଟୋବର ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ । ବଙ୍ଗୋପସାଗରରେ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ଫଳରେ ଏହା ଲଘୁଚାପରେ ପରିଣତ ହେବାରୁ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଓଡ଼ିଶା ବାସୀ ।

Show More

Related Articles

Back to top button