Breaking PLUSଓଡ଼ିଶାପାଣିପାଗ

ବଙ୍ଗୋପସାଗରରେ ସୃଷ୍ଚି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ

ଆସୁଛି ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୫ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ଯାହା ପ୍ରଭାବରେ ଆସନ୍ତା ୨୬ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତର ଦିଗକୁ ଗତି କରିପାରେ । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ।

 

Show More

Related Articles

Back to top button