Breaking PLUSଓଡ଼ିଶାମୁଖ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ, ୧୯ ତାରିଖରୁ ବର୍ଷିବ ପ୍ରବଳ ବର୍ଷା

ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ପୁଣି ଥରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ପୁଣି ଥରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ଏହାପରେ ପାଗ ଶୁଖିଲା ରହିବ । ଅନ୍ୟପଟେ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଜାରି ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ଲାଇନ ଏବେ ଫୈଜାବାଦ, ଫତେପୁର, ନାଓଙ୍ଗାଙ୍ଗ, ରାଜଗଡ଼, ରାତଲମ, ବଲ୍ଲଭ ବିଦ୍ୟାନଗର ଓ ପୋରବନ୍ଦର ଦେଇ ଗତି କରୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କେନ୍ଦ୍ରର ନିର୍ଦ୍ଦେଶକ ଏଚଆର ବିଶ୍ୱାସ କହିଛନ୍ତି ଯେ ରାଜ୍ୟରେ ଏବେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ମଧ୍ୟ ହୋଇଛି ।

Show More

Related Articles

Back to top button