ପାଣିପାଗ

ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର

ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ଏବଂ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତର ଋପ ନେବ ।

ଏହାର ପ୍ରଭାବରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ସହ ବିଭିନ୍ନ ରାଜ୍ୟ ପାଇଁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପ୍ଟେମ୍ବର ୨୯ରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ସେପ୍ଟେମ୍ବର ୨୯- ୩୦ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଏହି ୩ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଦେଓଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ ଢ଼େଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପ୍ଟେମ୍ବର ୩ରୁ ଅକ୍ଟୋବର ୧ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେବା ସହ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭ‌ାଗ । ତେବେ ଅକ୍ଟୋବର ୧ ପରେ ପାଗ ସୁଖିଲା ରହିବ ବୋଲି ଆକଳନ କରାଯାଇଛି । ବର୍ଷା ସାଙ୍ଗକୁ ପବନର ବେଗ ବଢ଼ିବ ବୋଲି କୁହାଯାଉଥିବା ବେଳେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

Show More

Related Articles

Back to top button