
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୯ରୁ ୨୧ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।