
ପୁଣି ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ସଲଗ୍ନ ଅଞ୍ଚଳରେ ଆସନ୍ତା ୧୬ ସୁଦ୍ଧା ନେଇପାରେ ଲଘୁଚାପର ରୂପ । ତେବେ ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ଓ ଏହା କେତେ ଘନୀଭୂତ ହେବ ସେନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିପାରିନାହିଁ।
ଅନ୍ୟପଟେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇ ଶୀତ ବଢୁଛି । ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ଖସିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଣ୍ଟାରେ ୪ ସହରର ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହୁଛି । ଦାରିଙ୍ଗବାଡ଼ି ଓ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ଏବେ ବୌଦ୍ଧ ଓ ଫୁଲବାଣୀରେ ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି ।