Breaking PLUSଓଡ଼ିଶା

ଆସୁଛି ଆଉ ଏକ ଲଘୁଚାପ, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି

ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ IMD ପକ୍ଷରୁ ସୂଚନା ମିଳିଛି ।

ତେବେ ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଏହାର ପ୍ରଭାବରେ ୭ ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି । ୭ ଜିଲ୍ଲା ଗୁଡିକ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ରହିଛି । ପ୍ରବଳ ବର୍ଷା ନେଇ ପୂର୍ବରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button