Breaking PLUSଓଡ଼ିଶାମୁଖ୍ୟ ଖବର
ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା ନେଇ ଆଜି ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇପାରେ। ଲଘୁଚାପ ଓ ଅବପାତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅବପାତ ପରବର୍ତ୍ତୀ ସମୟରେ କି ରୂପ ନେବ ତାହା ଅସ୍ପଷ୍ଟ ରହିଛି।