Breaking PLUSଓଡ଼ିଶାମୁଖ୍ୟ ଖବର

ହାଇଟେକ ହସ୍ପିଟାଲରେ ବିସ୍ଫୋରଣ ଘଟଣା, ଚିକିତ୍ସାଧୀନ ଅବସ୍ଥାରେ ଆଉଜଣଙ୍କର ମୃତ୍ୟୁ

ଭୁବନେଶ୍ୱର, 3 ଜାନୁୟାରୀ – ଭୁବନେଶ୍ୱର ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ ଘଟଣା। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ ମୃତ୍ୟୁ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି । ମୃତକଙ୍କ ନାଁ ଶ୍ରୀତମ ସାହୁ ଏବଂ ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗର ଚାଇଁପୁର ଗାଁରେ। ଶ୍ରୀତମ ସାହୁଙ୍କ ମୃତ୍ୟୁ ପରେ ପରିବାରରେ କାନ୍ଦ ବୋବାଳି ପଡ଼ିଛି । ପରିବାରରରେ ଏକମାତ୍ର ରୋଜଗାରିଆ ପୁଅ ଥିଲେ ଶ୍ରୀତମ।
ଗତ ୨୯ ତାରିଖରେ ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ୪ ଜଣ ଆହତ ହୋଇଥିଲେ। ଏହି ବିସ୍ଫୋରଣର ଦୁଇ ଦିନ ପରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଏବେ ବି ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ।

Show More

Related Articles

Back to top button