Breaking PLUSଓଡ଼ିଶାପାଣିପାଗ

ଆଉ ୨ଦିନ ପ୍ରବଳ ବର୍ଷା

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଏହାର ପ୍ରଭାବରେ ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା । ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ।

ଆସନ୍ତା ୨ ଦିନ ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ । ୨୦ ତାରିଖ ଯାଏଁ ଉପକୂଳ ଓ ଉତ୍ତର ଓଡ଼ିଶାରେ ଲଗାଣ ବର୍ଷା ସମ୍ଭାବନା ରହିଛି । ସକ୍ରିୟ ଲଘୁଚାପ ଉତ୍ତର ତେଲଙ୍ଗାନା ଓ ଏହାର ଆଖପାଖରେ ରହିଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ବଙ୍ଗୋପସାଗରରୁ ଓଡ଼ିଶାକୁ ପୂର୍ବା ପବନ ବହୁଛି ।

Show More

Related Articles

Back to top button