Breaking PLUSଓଡ଼ିଶାମୁଖ୍ୟ ଖବର

ଭରତପୁର ଥାନା ଘଟଣାରେ ମୁଖ୍ୟ ବିଚାରପତିଙ୍କୁ ସେନା ଅଧିକାରୀଙ୍କ ଚିଠି

ଭୁବନେଶ୍ୱର- ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍ ଶେଖାୱତ ଚିଠି ଲେଖିଛନ୍ତି । ଯେଉଁଥିରେ ସେ ଉଲ୍ଲେଖ କରିଛନ୍ତି, ଥାନାକୁ ସୁରକ୍ଷା ମାଗିବାକୁ ଯାଇଥିବା ସେନା ଅଧିକାରୀଙ୍କୁ ପୋଲିସ ପିଟିଛି । ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ଦେଇଛି। ବାନ୍ଧବୀଙ୍କୁ ଯୌନ ନିର୍ଯାତନା ସହ ସେନାଧିକାରୀଙ୍କୁ ହାଜତରେ ପୂରାଇଛନ୍ତି। ମାମଲାକୁ ଗୁରୁତ୍ବର ସହ ନେଇ ଏଥିରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ସେନା ଅଧିକାରୀ ।

Show More

Related Articles

Back to top button